ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୮ ତାରିଖରେ ରାଜ୍ୟର କେତେକ ସ୍ଥାନରେ ଲଘୁଚାପ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗରୁ ପୂର୍ବାନୁମାନ କରାଯାଇଛି।ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କେନ୍ଦ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଯାହାର ପ୍ରଭାବରେ ରାଜ୍ୟର ଉପକୂଳ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ରହିଛି। ଏହା ଫଳରେ ରାଜ୍ୟର ଉପକୂଳ ଓଡ଼ିଶାରେ ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୂମାନ କରିଛି।

ଏହାର ପ୍ରଭାବରେ ବର୍ତ୍ତମାନ ରାଜ୍ୟର ଅଧିକାଂଶ ସ୍ଥାନରେ ସକାଳେ ଏବଂ ସନ୍ଧ୍ୟାରେ କୁହୁଡ଼ି ଲାଗି ରହିବା ସହ ଅଳ୍ପ ଶୀତ ଅନୁଭୂତ ହେଉଛି। ତେବେ ଦିନ ସମୟରେ ଗୁଳୁଗୁଳି ମାତ୍ରା ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

















