ଓଡ଼ିଶାଲାଇଭ୍‌ ବ୍ୟୁରୋ

କୋରାପୁଟ ବିଧାୟକ କୃଷ୍ଣଚନ୍ଦ୍ର ଶଗରିଆ ମଙ୍ଗଳବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି।

ନିଜ ଇସ୍ତଫାପତ୍ର ସେ ବାଚସ୍ପତିଙ୍କ ନିକଟକୁ ପଠାଇଛନ୍ତି। ଏନେଇ ସାମ୍ବାଦିକ ସମ୍ମିଳନୀରେ ଜଣାଇଛନ୍ତି କୃଷ୍ଣ ଶଗରିଆ।

“ମୋ ବିବେକ ମତେ ଇସ୍ତଫା ଦେବାକୁ କହିଛି। କୁନ୍ଦୁଲି ଗଣଦୁଷ୍କର୍ମ ପୀଡ଼ିତାଙ୍କୁ ନ୍ୟାୟ ଦେଇ ନପାରି ଥିବାରୁ ମୁଁ ଇସ୍ତଫା ଦେଉଛି,” କହିଛନ୍ତି ବିଧାୟକ କୃଷ୍ଣ ଚନ୍ଦ୍ର ଶଗରିଆ।

କୁନ୍ଦୁଲି ଗଣଦୁଷ୍କର୍ମ ଘଟଣାକୁ ନେଇ ସେ ବିଧାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି।

Comment