ଓଡ଼ିଶାଲାଇଭ୍‌ ବ୍ୟୁରୋ

ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ପ୍ରତିଷ୍ଠା ଦାବିରେ ମଙ୍ଗଳବାର ଅବିଭକ୍ତ କୋରାପୁଟ ଜିଲ୍ଲାରେ ବନ୍ଦ ପାଳନ ହେଉଛି। ୪ ଜିଲ୍ଲାରେ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ଡାକରା ଦିଅଯାଇଛି।

ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ଏହି ବନ୍ଦ ପାଳନ ହେଉଛି। ବିଭିନ୍ନ ଜିଲ୍ଲାର ଓକିଲ ସଂଘ ସହ ବୈଠକ ପରେ ମିଳିତ କ୍ରିୟାନୁଷ୍ଠାନ କମିଟି ଏହି ବନ୍ଦ ପାଳନ କରୁଛି। ଓକିଲ ସଂଘର ଏହି ବନ୍ଦ ପାଳନ ଡାକରାକୁ ବିଭିନ୍ନ ରାଜନୈତିକ ଦଳ ସମର୍ଥନ ଜଣାଇଛନ୍ତି।

ବାରମ୍ବାର ଦାବି ସତ୍ତ୍ୱେ ସରକାର କୌଣସି ପଦକ୍ଷେପ ନେଉନଥିବାରୁ ଏହାର ପ୍ରତିବାଦରେ ୪ ଜିଲ୍ଲାରେ ବନ୍ଦ ପାଳନ କରାଯାଉଛି ବୋଲି କମିଟି ପକ୍ଷରୁ କୁହାଯାଇଛି।

ଫଳରେ ଦୋକାନ ବଜାର ବନ୍ଦ ରହିଛି। ବିଭିନ୍ନ ସ୍ଥାନରେ ରାସ୍ତାରୋକ କରିବା ସହ ଆନ୍ଦୋଳନକାରୀ ପିକେଟିଂ କରୁଛନ୍ତି।

Comment