ଓଡ଼ିଶାଲାଇଭ୍ ବ୍ୟୁରୋ
ଦୋଷୀ ସାବ୍ୟସ୍ତ ହେବା ପରେ କଂଗ୍ରେସ ଛାଡ଼ିଲେ ସଜ୍ଜନ୍ କୁମାର।
୧୯୮୪ ମସିହାରେ ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ବରିଷ୍ଠ କଂଗ୍ରେସ ନେତା ସଜ୍ଜନ କୁମାର ଦୋଷୀ ସାବ୍ୟସ୍ତ ହେବା ପରେ କଂଗ୍ରେସ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ନିକଟକୁ ଇସ୍ତଫାପତ୍ର ପଠାଇଛନ୍ତି।
୧୯୮୪ ମସିହାରେ ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ସଜ୍ଜନ କୁମାରଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା ସୋମବାର ଦିଲ୍ଲୀ ହାଇକୋର୍ଟ ସଜ୍ଜନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଏହା ସହିତ ତାଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ ହାଇକୋର୍ଟ।
ସେ ଦୋଷୀ ସାବ୍ୟସ୍ତ ହେବା ପରେ କଂଗ୍ରେସ ପକ୍ଷରୁ କୌଣସି କାର୍ଯ୍ୟନୁଷ୍ଠାନ ନିଆଯାଇ ନଥିଲା।
ସଜ୍ଜନ ନିଜ ଇସ୍ତଫା ପତ୍ରରେ ଲେଖିଛନ୍ତି, “ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ମୋ ବିରୋଧରେ ଦିଆଯାଇଥିବା ରାୟ ଆଧାରରେ ମୁଁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାଥମିକତା ସଦସ୍ୟ ପଦବୀରୁ ଇସ୍ତଫା ଦେଉଛି।”
୧୯୮୪ ମସିହା ନଭେମ୍ବର ମାସରେ ଦିଲ୍ଲୀ ସ୍ଥିତ ଛାବନୀର ରାଜନଗର ଅଞ୍ଚଳରେ ଗୋଟିଏ ପରିବାରର ୫ଜଣ ସଦସ୍ୟଙ୍କୁ ହତ୍ୟା କରାଯାଇଥିଲା। ଘଟଣାର ୩୪ବର୍ଷ ପରେ ସଜ୍ଜନ କୁମାରଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।
୨୦୧୩ରେ ତଳ କୋର୍ଟ ପ୍ରଥମେ ସଜ୍ଜନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ତାପରେ ସେ ହାଇକୋର୍ଟରେ ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରିଥିଲେ। ଏହି ମାମଲାରେ ସଜ୍ଜନଙ୍କ ସହିତ ଅନ୍ୟମାନେ ମଧ୍ୟ ଜଡ଼ିତ ଥିଲେ। ଯେଉଁମାନଙ୍କ ରାୟ ଆସିନାହିଁ।

















