ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିରରେ ମହାପ୍ରଭୂଙ୍କ ବନକଲାଗି ପାଇଁ ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ।
ଶ୍ରୀମନ୍ଦିରରେ ଗୁରୁବାର ମହାପ୍ରଭୂଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ଅବସରରେ ଦ୍ଵିତୀୟ ଭୋଗ ମଣ୍ଡପରେ ସ୍ଵତନ୍ତ୍ର ନୀତିକାନ୍ତି ହେବ। ତେଣୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।
ଏହା ଏକ ଗୁପ୍ତନୀତି ହୋଇଥିବାରୁ ସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଅପରାହ୍ଣ ସାଢ଼େ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ମହାପ୍ରଭୂଙ୍କ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହୁଥିବାରୁ ଶ୍ରୀମନ୍ଦିରରେ ସକାଳ ସମୟରେ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଲାଗିଛି।