ଓଡ଼ିଶାଲାଇଭ୍ ବ୍ୟୁରୋ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ଲାଗି ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨୮ରୁ ଫେବୃଆରୀ୮ ଯାଏ ଅନୁଷ୍ଠିତ ହେବ।

ପ୍ରାକ୍ଟିକାଲ ପରୀକ୍ଷା କେନ୍ଦ୍ରଗୁଡିକରେ ସିସିଟିଭି ଲଗାଯିବ। ପରୀକ୍ଷା ଲାଗି ଜାନୁଆରୀ୨୫ରୁ ଆଡ୍‌ମିଟ୍‌ କାର୍ଡ ପ୍ରଦାନ କରାଯିବ। ପରୀକ୍ଷାକୁ ସ୍ୱଛ ଓ ନିପପେକ୍ଷ କରିବା ଲାଗି ସିଏଚ୍‌ଏସ୍‌ଇ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହାସହିତ  ପ୍ରଶ୍ନପତ୍ର ପ୍ରଘଟ ରୋକିବା ଲାଗି ପରୀକ୍ଷକ ମାନେ ପରୀକ୍ଷା କେନ୍ଦ୍ରକୁ ମୋବାଇଲ ନେବା ଉପରେ କଟକଣା ଜାରି କରାଯାଇଛି।

ଏହାସହିତ କପି ରୋକିବା ଲାଗି ବ୍ୟାପକ ପଦକ୍ଷେପ ନିଆଯାଇଛି। ପରୀକ୍ଷା ପରିଚାଳନା ଲାଗି ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରାଯିବା ସହ ପ୍ରତ୍ୟେକ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯିବାକୁ ବାଧ୍ୟତାମୂଳକ କରାଯାଇଛି।

Comment