ଓଡ଼ିଶାଲାଇଭ୍‌ ବ୍ୟୁରୋ

ମୟୂରଭଞ୍ଜ ବାରିପଦାରେ ଶୁକ୍ରବାର ବିଜେଡି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଜେଡିର ପ୍ରତିଷ୍ଠା ଦିବସ ପରିପ୍ରେକ୍ଷୀରେ ବାରିପଦାଠାରେ ପ୍ରତିଷ୍ଠା ଦିବସ ପାଳନ କରାଯାଇଥିଲା। ବିଜୁ ଭବନ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ତଥା ବାରିପଦା ପୌରପରିଷଦର ଉପନଗରପାଳ ଜିତେନ୍ଦ୍ର ମହାନ୍ତି ନେତୃତ୍ୱ କରିଥିଲେ।

ଏହି ସମ୍ମିଳନୀରେ ବହୁ ବିଧାୟକ, ବରିଷ୍ଠ ନେତାମାନେ ଯୋଗ ଦେଇଥିଲେ। ଏହି ସଭାରେ ବିଜେଡି ଦଳର ପ୍ରମୁଖ କର୍ମକର୍ତ୍ତାମାନେ ଯୋଗ ଦେଇ ରାଜ୍ୟ ସରକାରଙ୍କର ବିଭିନ୍ନ ଲୋକହିତକର ଯୋଜନାଗୁଡ଼ିକ ଲୋକମାନଙ୍କ ପାଖରେ ପହଞ୍ଚି ପାରିବ ତା ଉପରେ ଆଲୋକପାତ କରିଥିଲେ।

ଏହି ଅବସରରେ ବିଜେଡି ଦଳର ନେତାମାନେ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଏକ ଶୋଭାଯାତ୍ରାରେ ବାରିପଦା ସହର ପରିକ୍ରମା କରିଥିଲେ।

Comment