ଓଡ଼ିଶାଲାଇଭ୍ ବ୍ୟୁରୋ

ଜାମ୍ମୁ କାଶ୍ମୀର ପୁଲୱାମା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଫଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ଭିତରେ ଗୁଳି ବିନିମୟ ଆରମ୍ଭ ହୋଇିଥଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଆତଙ୍କବାଦୀ ନିପାତ ହୋଇଛନ୍ତି।

ପୁଲୱାମା ଜିଲ୍ଲା ରାଜପୋରା ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଜାରି କରିଥିଲେ। ଏହାପରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଯାହାର ଜବାବ ସୁରକ୍ଷାକର୍ମୀ ଦେଇଥିଲେ।

ଶୁକ୍ରବାର ସକାଳେ ମଧ୍ୟ ପୁଲୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଏଥିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିପାତ ହୋଇଥିଲା।

ଚଳିତ ବର୍ଷ ଏପର୍ଯ୍ୟନ୍ତ ଜାମ୍ମୁ କାଶ୍ମୀରରେ ନିହତ ହୋଇଥିବା ଆତଙ୍କବାଦୀଙ୍କ ସଂଖ୍ୟା ୨୫୦ ଅତିକ୍ରମ କରି ସାରିଥିବା ଜଣାପଡ଼ିଛି ।

୨୦୧୮ ଶେଷ ହେବାକୁ ଆହୁରି ୨ ଦିନ ବାକି ରହିଛି। ୨୦୧୮ ଭିତରେ ଆତଙ୍କବାଦୀଙ୍କ ମୃତ୍ୟୁ ସଂଖ୍ୟ ଆହୁରି ବୃଦ୍ଧି ହେବ ବୋଲି ଆଶା କରାଯାଉଛି।

LEAVE A REPLY

Please enter your comment!
Please enter your name here