ଓଡ଼ିଶାଲାଇଭ୍‌ ବ୍ୟୁରୋ

ଧାନର ସର୍ବନିମ୍ନ ମୂଲ୍ୟ ୨୯୩୦ ଟଙ୍କା ବୃଦ୍ଧି କରିବା ଦାବିରେ ଦିଲ୍ଲୀର ତାଲକୋଟରା ଷ୍ଟାଡିୟମରେ କେନ୍ଦ୍ର ବିରୋଧରେ ସମାବେଶ କରିଥିଲା ବିଜେଡି।

ମୋଦି ସରକାରଙ୍କ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଷିବା ପରେ ଅପରାହ୍ଣ ୫ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ସ୍ମାରକପତ୍ର ଦେଇଛି ବିଜେଡି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଷ୍ଟ୍ରପତିଙ୍କୁ ଭେଟି ଏହି ସ୍ମାରକପତ୍ର ପ୍ରଦାନ କରିଛନ୍ତି।

“କୁଇଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୯୩୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ଆମେ ଦାବି କରୁଛୁ। କେନ୍ଦ୍ର ସରକାର ତାଙ୍କ ପ୍ରତିଶ୍ରୁତି ରକ୍ଷା କରନ୍ତୁ। ସ୍ୱାମୀନାଥନ କମିଟି ରିପୋର୍ଟ ଲାଗୁ କରିବାକୁ ଆମେ ଦାବି କରୁଛୁ। ଏମ୍‌ଏସ୍‌ପି ବୃଦ୍ଧି ପାଇଁ ଆମ ଲଢ଼େଇ ଜାରି ରହିବ”, କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ପ୍ରତିନିଧି ଦଳରେ ବିଜେଡି ସାଂସଦ ଭର୍ତ୍ତୃହରି ମହତାବ, ତଥାଗତ ସତପଥୀ, ଏନ୍ ଭାସ୍କର ରାଓ, ରବିନ୍ଦ୍ରନାରାୟଣ ଜେନା, ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ ମନ୍ତ୍ରୀ ପ୍ରତାପ ଜେନା, ବିଜେଡି ଉପ-ସଭାପତି ଦେବୀପ୍ରସାଦ ମିଶ୍ର, ବିଜେଡି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା ପ୍ରମୁଖ ସାମିଲ ହୋଇଥିଲେ।

Comment