ଓଡ଼ିଶାଲାଇଭ୍‌ ବ୍ୟୁରୋ

ଅଭିନେତ୍ରୀ ନିକିତାଙ୍କ ମୃତ୍ୟୁ ଘଟଣାରେ ସ୍ୱାମୀ ଲିପନ ଗିରଫ ହୋଇଛନ୍ତି। ନିକିତାଙ୍କ ବାପାଙ୍କ ଅଭିଯୋଗ ଆଧାରରେ କଟକ ଚାଉଳିଆଗଞ୍ଜ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ପୂର୍ବରୁ ନିକିତାଙ୍କ ବାପାଙ୍କ ଅଭିଯୋଗ କ୍ରମେ ନିକିତାଙ୍କ ସ୍ୱାମୀଙ୍କୁ ଅଟକ ରଖାଯାଇଥିଲା ଏବଂ ଏହାପରେ ତାଙ୍କୁ ଗିରଫ କରାଯାଇଛି।

ନିକିତାଙ୍କ ବାପା ଅଭିଯୋଗ କରିଥିଲେ, “ଶାଶୂ ଘର ଲୋକଙ୍କ ସହ ନିକିତାଙ୍କର ମନୋମାଳିନ୍ୟ ଥିଲା। ତାଙ୍କୁ ବୁଝାଇବାକୁ ଲିପନ୍ ଆସିଥିଲେ। ଦୁହେଁ ଛାତ ଉପରକୁ ଯାଇଥିଲେ ଏବଂ ଲିପନ ଛାତ ଉପରୁ ଝିଅକୁ ଠେଲି ଦେଇଥିଲେ।” ଏହି ଅଭିଯୋଗ କ୍ରମେ ନିକିତାଙ୍କ ସ୍ୱାମୀଙ୍କୁ ଗିରଫ କରାଯାଇଛି।

ଶୁକ୍ରବାର ରାତିରେ ନିକିତାଙ୍କୁ ଗୁରୁତର ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଜିଥିଲା। ସେଠାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ପରିବାର ଲୋକେ ତାଙ୍କୁ ପୁଣି ଏକ ଘରୋଇ ହସ୍ପିଟାଲ୍‌କୁ ନେଇଥିଲେ। ଶନିବାର ସେଠାରେ ନିକିତାଙ୍କ ମତ୍ୟୁ ଘଟିଥିଲା।

ତୁ ମୋ ଆଖିର ତାରା, ମିତ ବସିଛି ମୁଁ ଭୂତ ସାଥୀରେ, ଚୋରି ଚୋରି, ମଥାରେ ଦେଇ ପାଟ ଓଢ଼ଣୀ, ଗୁଣ୍ଡା ଚଳଚ୍ଚିତ୍ରରେ ଅଭିନୟ କରିଥିବା ନିକିତାଙ୍କ ଅଚାନକ ମୃତ୍ୟୁକୁ ତାଙ୍କ ଫ୍ୟାନମାନେ ସହଜରେ ଗ୍ରହଣ କରିପାରୁ ନାହାନ୍ତି।

Comment