ଓଡ଼ିଶାଲାଇଭ୍‌ ବ୍ୟୁରୋ

କାଳିଆ ଯୋଜନାର ଆବେଦନ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି ରାଜ୍ୟ ସରକାର। ଏହି ଯୋଜନାରେ ସାମିଲ ହେବା ପାଇଁ ଚାଷୀମାନଙ୍କର ଆଗ୍ରହକୁ ଦୃଷ୍ଟିରେ ରଖି ଫର୍ମ ଦାଖଲର ଶେଷ ତାରିଖ ଜାନୁଆରୀ ୧୦ ପରିବର୍ତ୍ତେ ୧୫କୁ ଘୁଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

କାଳିଆ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିବା ପରେ ଏହି ନିଷ୍ପତ୍ତି ନେଇଛନ୍ତି।

ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ ଜାନୁଆରୀ ୨୫ ତାରିଖରୁ ଆରମ୍ଭ ହୋଇ ପେବ୍ରୁଆରୀ ୫ ତାରିଖ ଯାଏଁ ଚାଲିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଆବଶ୍ୟକସ୍ଥଳେ ତୃତୀୟ ପର୍ଯ୍ୟାୟ ଆବେଦନ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାଳିଆ ଯୋଜନାରୁ ଜଣେ ବି ଯୋଗ୍ୟ ଚାଷୀ ଯେମିତି ବାଦ୍ ନପଡ଼ନ୍ତି ସେଥିପ୍ରତି ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Comment