ଓଡ଼ିଶାଲାଇଭ୍‌ ବ୍ୟୁରୋ

ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରସଙ୍ଗ ଉଠାଇ ରାଜ୍ୟ ରାଜନୀତିକୁ ସରଗରମ୍ କରିଛନ୍ତି। ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ଦୁଇଟି ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ନବୀନ ଆଜି କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ ଚିଠି ଲେଖିଛନ୍ତି।

ଏ ଦିଗରେ ତ୍ୱରିତ ପଦକ୍ଷେପ ନେବାକୁ ଚିଠିରେ ଆଇନ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

ନବୀନ ତାଙ୍କ ଚିଠିରେ ଦର୍ଶାଇଛନ୍ତି ଯେ ଉଭୟ ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ମୂଳ ବାସିନ୍ଦାମାନେ ପ୍ରବଳ ଦାବି କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ବିଚାର ବମର୍ଷ କରି ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ଦୀର୍ଘ ଦିନ ଧରି ହୋଇ ଆସୁଛି। ଏନେଇ ଆଇନଜୀବୀମାନେ ବାରମ୍ବାର ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିଥିଲେ।

Comment