ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମ ଓଡ଼ିଶା ଓ  ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଦୁଇ ଦିନ ତଳେ ନବୀନ ଲେଖିଥିବା ଚିଠିର ଉତ୍ତର ଦେଲେ କେନ୍ଦ୍ର ଆଇନ ମନ୍ତ୍ରୀ।

ପଶ୍ଚିମ ଓଡ଼ିଶା ଓ  ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ କେନ୍ଦ୍ର ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏହି ପ୍ରସଙ୍ଗ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଅଧିକାର ଭୁକ୍ତ ପ୍ରସଙ୍ଗ ବୋଲି ସେ ଚିଠିରେ ଲେଖିଛନ୍ତି।

ହାଇକୋର୍ଟଙ୍କ ମୁଖ୍ୟ ବିଚାରପତିଙ୍କ ସହ ଆଲୋଚନା କରି ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ ଓଡ଼ିଶା ସରକାରଙ୍କୁ ପରାମର୍ଶ ଦେଇଛନ୍ତି ରବିଶଙ୍କର। କେଉଁଠି ବେଞ୍ଚ ସ୍ଥାପନ ହେବ ସେନେଇ ଚୂଡ଼ାନ୍ତ ତଥ୍ୟ ଦେଲେ କେନ୍ଦ୍ର ସରକାର ସେନେଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବେ ବୋଲି ସେ ଚିଠିରେ ଲେଖିଛନ୍ତି ।

ହାଇକୋର୍ଟ ବେଞ୍ଚ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ମୂଳ ବାସିନ୍ଦାମାନେ ପ୍ରବଳ ଦାବି କରୁଥିଲେ।

ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ଦୁଇଟି ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଦୁଇ ଦିନ ତଳେ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ। ନବୀନ ତାଙ୍କ ଚିଠିରେ ଦର୍ଶାଇ ଥିଲେ ଯେ ଉଭୟ ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ମୂଳ ବାସିନ୍ଦାମାନେ ପ୍ରବଳ ଦାବି କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଲେଖିଥିଲେ। ଏହାର ଉତ୍ତରରେ ସୋମବାର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ଚିଠି ଲେଖିଛନ୍ତି।

Comment