ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୁରୀ ଶ୍ରୀମନ୍ଦିରରେ ଆଜି  ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ୪ ଘଣ୍ଟା ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅପରାହ୍ଣ  ସାଢ଼େ ୪ଟାରୁ ରାତି ୮ଟା୩୦ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକ ଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ପ୍ରସ୍ତୁତ ହୋଇଛି। ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି। ବୁଧବାର ମହାପ୍ରଭୁଙ୍କ ଦ୍ୱିତୀୟ ବନକଲାଗି ନୀତି ଅନୁଷ୍ଠିତ ହେବ। ନିଳାଦ୍ରୀ ବିଜେ ପରେ ପ୍ରଥମ ବନକ ଲାଗି ନୀତି ଅନୁଷ୍ଠିତ ହୋଇଥିଲା।

Comment