ଓଡ଼ିଶାଲାଇଭ୍‌ ବ୍ୟୁରୋ

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ୭୦ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲାପାଳ ଦାଶରଥୀ ଶତପଥୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ ଜିଲ୍ଲାପାଳ। ଏହି ଉତ୍ସବରେ ଜିଲ୍ଲାର ପୋଲିସ ବାହିନୀ, ସ୍କୁଲ କଲେଜର ଛାତ୍ରଛାତ୍ରୀଙ୍କ ସମେତ ୨୭ଟି ପରେଡ୍ ଦଳ ଭାଗ ନେଇଥିଲେ।

ପରେଡ ଶେଷରେ ବିଦ୍ୟାଳୟର କୁନିକୁନି ଛାତ୍ରଛାତ୍ରୀମାନେ ବିଭିନ୍ନ ସାଂସ୍କୃତିକ କର୍ଯ୍ୟକ୍ରମ ପ୍ରଦର୍ଶନ କରିଥିଲେ।

Comment