ଓଡ଼ିଶାଲାଇଭ୍‌ ବ୍ୟୁରୋ

କଳାହାଣ୍ଡି ଜିଲ୍ଲା କେସିଙ୍ଗା ନିକଟସ୍ଥ ବୋଲୋକ ବ୍ରିଜଠାରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣା ହୋଇଛି। ସୋମବାର ଭୋର ୪.୩୦ ମିନିଟରେ ଶ୍ରୀଜଗନ୍ନାଥ ନାମକ ଏକ ଘରୋଇ ବସ ଖସିପଡ଼ିବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏହାସହ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

ପୋଲିସ ସୂଚନା ଅନୁଯାୟୀ, ଶ୍ରୀଜଗନ୍ନାଥ ବସ୍‌ ଭୁବନେଶ୍ୱରରୁ କୋରାପୁଟ ଅଭିମୁଖେ ଯାତ୍ରା କରୁଥିବା ବେଳେ ବୋଲୋକ ବ୍ରିଜଠାରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଥିଲା। ବସ୍‌ରେ ୪୦ରୁ ଅଧିକ ଯାତ୍ରୀ ଥିଲେ।

ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆହତଙ୍କୁ ଭବାନୀପାଟଣା ଏବଂ କେସିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Comment