ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରାକ୍ଟିକାଲ ପରୀକ୍ଷା ଆଜିଠୁ ଆରମ୍ଭ ହୋଇଛି।

ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨୮ରୁ ଫେବୃଆରୀ ୮ତାରିଖ ଯାଏଁ ଚାଲିବ। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ୩ଲକ୍ଷ ୬୭ହଜାର ୫୦୦ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ସାରା ରାଜ୍ୟରେ ମୋଟ ୧୦୯୧ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ।

ତୃଟି ଶୂନ୍ୟ ପରୀକ୍ଷା ଲାଗି ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସି ଟିଭି ଲଗାଯାଇଛି। କପି ରୋକିବା ଲାଗି ତ୍ରୀସ୍ତରୀୟ ବ୍ୟବସ୍ଥା କରାଯାଇଛି। ଏହା ସହିତ ପରୀକ୍ଷା କେନ୍ଦ୍ରରେ ମୋବାଇଲ ଫୋନ ବ୍ୟବହାର ନିଷେଧ କରାଯାଇଛି।

Comment