ଓଡ଼ିଶାଲାଇଭ୍ ବ୍ୟୁରୋ

ଖାଇବା ସହ ସାଲାଡ୍ ଭାବେ ଖାଉଥିବା କଞ୍ଚା ପିଆଜ ଆମ ସ୍ଵାସ୍ଥ୍ୟ ପାଇଁ ବହୁ ଉପାଦେୟ। ସାଲାଡ୍ ହେଉ ଅବା ଚାଟ୍‌ ଖାଦ୍ୟର ସ୍ଵାଦ ବଢାଇଥାଏ ପିଆଜ । ପିଆଜର କ’ଣ ରହିଛି ଉପକାରିତା ଆସନ୍ତୁ ଜାଣିବା…

କେଶର ସୁରକ୍ଷା ପାଇଁ
ଲାଲ ପିଆଜ ସୈାନ୍ଦର୍ଯ୍ୟ ପାଇଁ ବେଶ ଲାଭକାରୀ । ଆରବ ଦେଶମାନଙ୍କରେ ଚନ୍ଦାପଣ ଓ କେଶ ଝଡିବା ସମସ୍ୟାର ସମାଧାନ ପାଇଁ ପିଆଜର ବହୁଳ ବ୍ୟବହାର କରାଯାଇଥାଏ। ପିଆଜ ରସରେ ଲୁଣ ଓ ଗୋଲମରିଚ ମିଶାଇ କେଶ ମୂଳରେ ଲଗାଇଲେ କେଶ କୋମଳ ହେବା ସହ ସିଲ୍କି ହୋଇଥାଏ।

ଶ୍ୱାସରୋଗ ରୋଗର ଚିକିତ୍ସାରେ ପିଆଜ
ଶ୍ୱାସରୋଗ ପାଇଁ ପିଆଜ ବହୁତ ଉପକାରୀ । ପିଆଜରେ ବହୁଳ ପରିମାଣରେ ଆଣ୍ଟିଅକ୍ସିଡାଣ୍ଟ ଭରି ରହିଥିବାରୁ ଏହା ଶରୀରରେ  ହେଉଥିବା ଏଲର୍ଜିରୁ ରକ୍ଷାକରିଥାଏ। ଶ୍ୱାସରୋଗର ଉପଶମ ପାଇଁ ପିଆଜକୁ ଔଷଧ ରୂପେ ବ୍ୟବହାର କରାଯାଏ।

କର୍କଟ ରୋଗରୁ ସୁରକ୍ଷା ପାଇଁ ପିଆଜ
ପିଆଜ ଓ ହଳଦୀ ଏକାଠି ମିଶାଇ ସେବନ କଲେ କର୍କଟ ରୋଗ ହେବାର ଆଶଙ୍କା କମିଯାଏ ସ୍ତନକର୍କଟ, ମଳାଶୟକର୍କଟ , ମୁଖକର୍କଟରୁ ରକ୍ଷାକରିଥାଏ ପିଆଜ । ପିଆଜରେ ଥିବା ଖାସ ଗୁଣ କର୍କଟର ପ୍ରଭାବକୁ ଶରୀରରୁ ବାହାର କରିବାରେ ସାହାଯ୍ୟ କରିଥାଏ । ଆପଣ ଯଦି କର୍କଟ ପରି ଦୁରାରୋଗ୍ୟ ରୋଗରୁ ରକ୍ଷା ପାଇବା ପାଇଁ ଚାହୁଛନ୍ତି ନିୟମିତ ରୁପେ କିଛି କିଛି ପିଆଜ ଖାଇବା ଜରୁରୀ

Comment