ଓଡ଼ିଶାଲାଇଭ୍‌ ପଲିଟିକାଲ ବ୍ୟୁରୋ

କୋରାପୁଟ ଓ ନବରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶୁଭଉଦ୍‌ଘାଟନ କରିବେ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୋରାପୁଟ ଜିଲ୍ଲା ଓ ନବରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ଅଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ ସହ ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦୯୭ କୋଟି ଟଙ୍କା ବ୍ୟୟରେ ୧୬ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବେ। ସେହିପରି ୧୯ କୋଟି ଟଙ୍କା ବ୍ୟୟରେ ୧୨ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।

ଏହାସହ କୋରାପୁଟରେ ମୁଖ୍ୟମନ୍ତ୍ରୀ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ବଣ୍ଟନ କରିବେ। ଯୁବ ବାହିନୀଙ୍କ ଉଦ୍ଦେଶ୍ୟରେ ଏକ ଯୁବ ସମାବେଶ ମଧ୍ୟ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପ୍ରାୟ ୧୭ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ।

ଏହା ମଧ୍ୟରେ ବହୁ ପ୍ରତୀକ୍ଷିତ ତେଲେଙ୍ଗିରି ଜଳସେଚନ ପ୍ରକଳ୍ପ ରହିଛି। ଏହି ପ୍ରକଳ୍ପ ଦ୍ୱାରା ଜିଲ୍ଲାର ୧୦ହଜାର ହେକ୍ଟର ଚାଷ ଜମି ଜଳସେଚିତ ହୋଇପାରିବ। ଦୀର୍ଘ ୧୪ବର୍ଷ ପରେ ଜଳସେଚନ ପ୍ରକଳ୍ପ ଲୋକାର୍ପିତ ହେଉଥିବାରୁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଲାଗି କୋରାପୁଟ ଏବଂ ନବରଙ୍ଗପୁରରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ଉଦବୋଧନରେ କଣ କହୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।

LEAVE A REPLY

Please enter your comment!
Please enter your name here