ଓଡ଼ିଶାଲାଇଭ୍‌ ବ୍ୟୁରୋ

ବିଧାନସଭାରେ ୨୦୧୯-୨୦ ବର୍ଷ ପାଇଁ ଅନ୍ତରୀଣ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ।

୨୦୧୯-୨୦ ବର୍ଷ ପାଇଁ ଓଡ଼ିଶା ବିଧାନସଭାରେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଅନ୍ତରୀଣ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ।

ଅର୍ଥମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ, “ଓଡ଼ିଶା ଦ୍ରୁତ ବିକାଶ ପଥରେ ଆଗଉଛି। ଜାତୀୟ ଅଭିବୃଦ୍ଧି ହାରଠାରୁ ଓଡ଼ିଶାର ଅଭିବୃଦ୍ଧି ହାର ଅଧିକ। ଜାତୀୟ ଅଭିବୃଦ୍ଧି ହାର ୭.୧ ରହିଥିବା ବେଳେ ଓଡ଼ିଶାର ହାର ୮ ରହିଛି।”

ଅର୍ଥମନ୍ତ୍ରୀ ଆହୁରି କହିଥିଲେ ଯେ ରାଜ୍ୟର ଭିତ୍ତିଭୂମି ବିକାଶ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। କୃଷକମାନଙ୍କ ଆୟ ଦୁଇଗୁଣିତ କରିଛନ୍ତି ଆମ ସରକାର। କୃଷକମାନଙ୍କ କଲ୍ୟାଣ ପାଇଁ କାଳିଆ ଯୋଜନା ପ୍ରଣୟନ କରାଯାଇଛି।

Comment