ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନା ଜାରି କରାଯାଇଛି।

ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ଖୋର୍ଦ୍ଧା, ବଲାଙ୍ଗିର, ସୋନପୁର ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ କରାଯାଇଛି। ଏହାସହ ଉତ୍ତର ଓ ଦକ୍ଷିଣ ଓଡ଼ିଶା ଉପକୂଳର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କୁହାଯାଇଛି।

SONY DSC

ବିହାରରେ ପୂର୍ବ ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୨୪ରୁ ୪୮ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି।

ଅନ୍ୟପଟେ ରାଜ୍ୟରେ ବର୍ଷା ପରେ ଥଣ୍ଡା ଆହୁରି ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Comment