ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟର ୧୦ଟି ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ଭୋର୍‌ ସକାଳୁ କିଛିଟା ସ୍ଥାନରେ କୁହୁଡ଼ି ମଧ୍ୟ ଦେଖା ଦେଇଥିଲା। ତେବେ ଶୁକ୍ରବାର ପଶ୍ଚିମ ଓଡ଼ିଶା ସହିତ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ହୋଇଥିବା ସୂଚନା ମିଳିଛି। କୋହାଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ମଧ୍ୟ ହୋଇଥିଲା।

ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼, କନ୍ଧମାଳ, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଓଡ଼ିଶାରେ ଆହୁରି ଦୁଇଦିନ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରିଛନ୍ତି। ତେବେ ଏହି ବର୍ଷା ପ୍ରଭାବରେ ଓଡ଼ିଶାରେ ଥଣ୍ଡା ବଢ଼ିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comment