ଓଡ଼ିଶାଲାଇଭ୍‌ ପଲିଟିକାଲ ବ୍ୟୁରୋ

ଲୋକାୟୁକ୍ତ ଗଠନ ନେଇ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କଲେ ମୁଖ୍ୟ ଶାସନ ସଚିବ ଆଦିତ୍ୟପ୍ରସାଦ ପାଢ଼ୀ।

“ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଲୋକାୟୁକ୍ତ ଚୟନ କରାଯିବ। ଏପ୍ରିଲ ୮ ତାରିଖରୁ ଲୋକାୟୁକ୍ତ କାର୍ଯ୍ୟ ଆରମ୍ଭ କରିବେ”, ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରି ଏହା କହିଛନ୍ତି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ।

୨୦୧୪ ଫେବ୍ରୁଆରି ୧୪ରେ ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଲୋକାୟୁକ୍ତ ବିଲ୍ ପାସ୍ କରିଥିଲା। ବିଲ୍‌ ପାସ୍ ହେବାକୁ ୫ ବର୍ଷ ପୂରିବାକୁ ଯାଉଥିଲେ ମଧ୍ୟ ଏଯାଏଁ ଲୋକାୟୁକ୍ତ ନିଯୁକ୍ତି ହୋଇପାରି ନାହିଁ।

ଲୋକାୟୁକ୍ତ ନିଯୁକ୍ତ ହୋଇ ନଥିବାରୁ ସୁପ୍ରିମକୋର୍ଟରେ ମାମଲା ଦାଏର ହୋଇଥିଲା। ଏନେଇ ଶୀଘ୍ର ପଦକ୍ଷେପ ନେବାକୁ କୋର୍ଟ ରାଜ୍ୟ ସରକାରଙ୍କୁ ତାଗିଦ କରିଥିଲେ। ତାଗିଦ ପରେ ଆଜି ମୁଖ୍ୟ ଶାସନ ସଚିବ ଆଦିତ୍ୟପ୍ରସାଦ ପାଢ଼ୀ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ।

ମଙ୍ଗଳବାର ଦିନ ଲୋକାୟୁକ୍ତ ଚୟନ ପ୍ରକ୍ରିୟା ନିମନ୍ତେ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ବାଚସ୍ପତି ପ୍ରଦୀପ ଅମାତ, ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ ଏସ୍ ଝାବେରୀ ଓ ଜଷ୍ଟିସ୍ ଅନଙ୍ଗ ପଟ୍ଟନାୟକ ବୈଠକରେ ଉପସ୍ଥିତ ରହିବେ।

Comment