ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜିଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାରତୀୟ ନିର୍ବାଚନ କମିଶନ ଟିମ୍।

୨୦୧୯ ସାଧାରଣ ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏନେଇ ସମୀକ୍ଷା କରିବାକୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାରତୀୟ ନିର୍ବାଚନ କମିଶନ ଟିମ୍। ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିବା ସହ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିବେ କମିଶନ।

ଜିଲ୍ଳାସ୍ତରର ନିର୍ବାଚନ ଅଧିକାରୀ, ଏସ୍‌ପିଙ୍କ ସମେତ ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସହ ନିର୍ବାଚନ ପ୍ରସ୍ତୁତି ନେଇ ଆଲୋଚନା ମଧ୍ୟ କରିବେ କମିଶନ।

ଏଥିସହ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ୟ କମିଶନ ଅନୁଧ୍ୟାନ କରିବା ସହ ପୋଲିସ ନୋଡାଲ ଅଫିସର ଓ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବାହିନୀ ମୁଖ୍ୟଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।

ତେବେ ଆସନ୍ତା ୧୫ ତାରିଖରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଡିଜିପି, ଆଇନ୍‌ ବିଭାଗ ସଚିବ ସମେତ ବରିଷ୍ଠ ଅଧିକାରୀଙ୍କ ସହ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା ମଧ୍ୟ କରିବେ କମିଶନ।

Comment