ଓଡ଼ିଶାଲାଇଭ୍ ବ୍ୟୁରୋ

ଜମ୍ମୁ କାଶ୍ମୀରର ବଡ଼ଗାମ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଭାରତୀୟ ସେନାର ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମଳିଛି।
ବୁଧବାର ସକାଳୁ ବଡ଼ଗାମ ଜିଲ୍ଲାର ଗୋପାଳପୋରା ଅଞ୍ଚଳରେ ଆତଙ୍କବାଦୀ ଥିବା ସୂଚନା ପାଇ ସୁରକ୍ଷାକର୍ମୀମାନେ ଏହି ଅଞ୍ଚଳକୁ ଘେରାବନ୍ଦୀ କରିଥିଲେ। ଏହା ପରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ଭିତରେ ଗୁଳି ବିନିମୟ ଆରମ୍ଭ ହୋଇିଥିଲା।
ଏହି ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ସେମାନଙ୍କଠାରୁ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଉଦ୍ଧାର କରାଯାଉଛି। ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିପାରିନାହିଁ।


















