ଓଡ଼ିଶାଲାଇଭ୍‌ ବ୍ୟୁରୋ

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ବରିଷ୍ଠ ନାଗରିକଙ୍କ ପାଇଁ ଆରମ୍ଭ ହେଲା ତୀର୍ଥଯାତ୍ରା କାର୍ଯ୍ୟକ୍ରମ। ଶୁକ୍ରବାର ସଚିବାଳୟରେ ଭିଡ଼ିଓ କନଫରେନ୍ସ ଜରିଆରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରି ତୀର୍ଥଯାତ୍ରୀ ବ୍ରହ୍ମପୁରରୁ ଭେଲକାନୀ ଓ ତାଞ୍ଜୋର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ତୀର୍ଥଯାତ୍ରୀଙ୍କୁ ଶୁଭକାମନା ଜଣାଇଛନ୍ତି।

୨୦୧୬ ମସିହା ଜୁଲାଇ ମାସରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମରେ ବର୍ତ୍ତମାନ ୧୦ଟି ଟ୍ରେନ କାର୍ଯ୍ୟକାରୀ ହେଉଛି। ଚଳିତ ବର୍ଷ ଆଉ ଦୁଇଟି ଟ୍ରେନ ଏଥିରେ ସଂଯୋଗ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା ପାଖାପାଖି ୧୦ ହଜାର ବରିଷ୍ଠ ନାଗରିକ ଏହି କାର୍ଯ୍ୟକ୍ରମ ଦ୍ୱାରା ତୀର୍ଥଯାତ୍ରା କରିଛନ୍ତି।

Comment