ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୁଲୱାମା ଆକ୍ରମଣରେ ସହିଦ ଦୁଇ ଓଡ଼ିଆ ଯବାନଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର। ସହିଦ ହୋଇଥିବା ଦୁଇ ବୀର ପ୍ରସନ୍ନ କୁମାର ସାହୁ, ଓ ମନୋଜ ବେହେରାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

କିଛି ସମୟ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯବାନଙ୍କ ପରିବାର ସହ ଫୋନ ଯୋଗେ କଥା ହୋଇଛନ୍ତି। ମନୋଜଙ୍କ ପତ୍ନୀ ସହ ମୁଖ୍ୟମନ୍ତ୍ରୀ କଥା ହୋଇଛନ୍ତି। ଫୋନରେ କଥା ହୋଇ ପରିବାର ଲୋକଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

 

Comment