ଓଡ଼ିଶାଲାଇଭ୍ ବ୍ୟୁରୋ
ବରଗଡ଼ରେ ଗୁରୁବାର ଚାଷୀ ସମାବେଶରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମାବେଶରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବେ ଓ ୧୪ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ସହାୟତା ଟଙ୍କା ପ୍ରଦାନ କରିବେ।
ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ୫୧୫ କୋଟିରୁ ଅଧିକ ଟଙ୍କାର ୧୭ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହିତ ୧୪୫୯ କୋଟିରୁ ଅଧିକ ଟଙ୍କାର ୩୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।
ଏଥିସହିତ ସୋହେଲା-ନୂଆପଡ଼ା ରୋଡ୍ ବିଜୁ ଏକ୍ସପ୍ରେସ ୱେ ଉଦଘାଟନ କରିବେ। ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ।








