ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶୁକ୍ରବାରଠାରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କରାଯାଇଛି ବ୍ୟାପକ ପ୍ରସ୍ତୁତି। ରାଜ୍ୟର ୨ ହଜାର ୯୫୩ଟି ସେଣ୍ଟରରେ ହେବାକୁ ଥିବା ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୭୨ ହଜାର ୬୯୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।

ପ୍ରଶ୍ନପତ୍ର ରଖିବା ପାଇଁ ରାଜ୍ୟରେ ୭ ଶହ ନୋଡାଲ ସେଣ୍ଟର ଖୋଲାଯାଇଛି। ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚାଇବା ପାଇଁ ବୋର୍ଡ ପକ୍ଷରୁ ୭୦୧ ଟିମ୍ ଗଠନ କରାଯାଇଛି। ଏହି ଟିମ୍‌ରେ ଜଣେ ଲେଖାଏଁ ପୋଲିସ ରହିବେ।

ସକାଳ ୯ଟାରୁ ୯ଟା୩୦ ମଧ୍ୟରେ ଛାତ୍ରଛାତ୍ରୀ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ। ୯ଟା୪୫ରେ ପ୍ରଶ୍ନପତ୍ର ଖୋଲାଯିବ। ପ୍ରଶ୍ନପତ୍ର ଖୋଲିବା ବେଳେ ଜଣେ ଲେଖାଏଁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ।

Comment