ଓଡ଼ିଶାଲାଇଭ୍‌ ବ୍ୟୁରୋ

ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଆଜି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟ ଅଧିନରେ ଥିବା ସମସ୍ତ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଏନେଇ ବୁଧବାର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଗୁରୁବାର ହେବାକୁ ଥିବା ସମସ୍ତ ପରୀକ୍ଷା ପାଇଁ ପରବର୍ତ୍ତୀ ସମୟରେ ତାରିଖ ଘୋଷଣା କରାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ପ୍ରାଇସ୍, ପ୍ରେସଟିଜ୍‌ ଓ ପେନସନ୍‌ ଦାବିରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଙ୍ଗଠନ। ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ବାରମ୍ବାର ଆନ୍ଦୋଳନ ପରେ ବି ଦାବି ପୂରଣ ନ ହେବାରୁ କୃଷକ ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇଛନ୍ତି।

Comment