ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟର ୧୭ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

୧୭ଟି ଜିଲ୍ଲା ଅର୍ଥାତ୍‌ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଦେବଗଡ଼, ବଲାଙ୍ଗିର, ବୌଦ୍ଧ, ଅନଗୁଳ, ବଲାଙ୍ଗିର, ଝାରସୁଗୁଡ଼ା, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ, ବରଗଡ଼, ଜଗତସିଂହ ପୁର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଆଜି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

ଗୋଟେ ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ରବିବାର କେତେକ ସ୍ଥାନରେ ଝିପିଝିପି ବର୍ଷା ହୋଇଥିଲା। ୨୮ ତାରିଖ ପରେ ପୁଣି ଗ୍ରୀଷ୍ମର ପ୍ରଭାବ ଜାରି ରହିବ।

Comment