ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ସକାଳ ସାଢ଼େ ୧୨ଟା ମଧ୍ୟରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କିଛିଟା ସ୍ଥାନରେ ପବନର ବେଗ ଅଧିକ ହେବା ସହ କୁଆପଥର ପଡ଼ିବାର ଆକଳନ କରିଛି ପାଣିପାଗ। ଏଭଳି ସ୍ଥିତି ୨୫ ତାରିଖ ପୂର୍ବାହ୍ନରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରହିବ।

ଉତ୍ତର ଓଡ଼ିଶା ଅଧିକାଂଶ ଓ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବ। ୨୧ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ବାଲେଶ୍ୱର, ଦେବଗଡ଼, ଯାଜପୁର, ଭଦ୍ରକ, ବରଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ନୟାଗଡ଼, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୂଆପଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଯାଏଁ ଏଭଳି ପାଗ ରହିବ। ଆସନ୍ତା ୨୮ ତାରିଖରୁ ପାଗରେ ପରିବର୍ତ୍ତନ ହେବା ସହ ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comment