ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଦୁଇ ଦିନ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବହୁ ସ୍ଥାନରେ ବର୍ଷା ସହ ଝଡ଼ତୋଫାନ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ କୁଆପଥର ପଡ଼ିପାରେ।

ତେବେ ସମୁଦ୍ର ଅଶାନ୍ତ ରହିଥିବାରୁ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ ଲୋକଙ୍କୁ ଏବଂ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ଅନ୍ୟପଟେ ଆସନ୍ତା ୧୯ ତାରିଖ ପରଠୁ ପାଗ ସ୍ୱାଭାବିକ୍‌ ରହିବା ସହ ତାତି ବଢ଼ିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Comment