ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ମାର୍ଚ୍ଚ ୩ରୁ ୫ ମଧ୍ୟରେ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମାର୍ଚ୍ଚ ୩ ତାରିଖରେ ଆଭ୍ୟନ୍ତରୀଣ ଉପକୂଳ ଓଡ଼ିଶା ଓ ଉପକୂଳବର୍ତ୍ତୀ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ୪ରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

୫ ତାରିଖରେ ଓଡ଼ିଶାରେ ସ୍ଥାନେ ସ୍ଥାନେ ବର୍ଷା ହେବ। ୪ ଏବଂ ୫ରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

Comment