ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୪ ଓ ୫ରେ ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ହେବ। କିଛିଟା ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୬ ତାରିଖ ପରଠୁ ପାଗ ଶୁଖିଲା ରହିବ। ଅନଗୁଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ଗଜପତି, ରାୟଗଡ଼ା, ଦେବଗଡ଼ ଓ ନୟାଗଡ଼ର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

ଅଧିକାଂଶ ଜିଲ୍ଲାରେ ତାପମାତ୍ରା ୩୦ ଡିଗ୍ରୀ ତଳକୁ ରହିଥିବା ବେଳେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ତଳକୁ ହ୍ରାସ ପାଇଛି। ଆଜି ଭୁବନେଶ୍ୱର ତାପମାତ୍ରା ୨୯ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।

Comment