ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭୁବନେଶ୍ୱର ସହିଦନଗର ଥାନା ଭିତରେ ପୋଲିସକୁ ଆକ୍ରମଣ ଘଟଣାରେ ସହିଦ ନଗର ଥାନା ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସିସିଟିଭି ଫୁଟେଜ ଆଧାରରେ ଅଭିଯୁକ୍ତକୁ ଚିହ୍ନଟ କରାଯାଇ ଗିରଫ କରାଯାଇଛି। ଏହି ମାମଲାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

ସୂଚନା ମୁତାବକ, ଗତ ରବିବାର ଭୁବନେଶ୍ୱର ସହିଦନଗର ଥାନାରେ  ୮ରୁ ୧୦ ଜଣ ଦୁର୍ବୃତ୍ତ ଆସି ଆଇଆଇସି ଓ ଡ଼ିସିଓଙ୍କ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଡ଼ିସିଓ ଗୁରୁତର ହୋଇଥିବା ବେଳେ ଅନ୍ୟ ଚାରିଜଣ ପୋଲିସ ଅଧିକାରୀ ଆହତ ହୋଇଥିଲେ।

ଦୁର୍ବୃତ୍ତମାନେ ପୋଲିସଙ୍କୁ ମାଡ଼ ମାରିବା ସହ ଥାନରେ ଭଙ୍ଗାରୁଜା କରିଥିଲେ। ଏହି ଘଟଣାରେ ପୋଲିସ ସିସିଟିଭି ଫୁଟେଜକୁ ଆଧାର କରି ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ଦୁର୍ବୃତ୍ତମାନଙ୍କ ମଧ୍ୟରୁ ସହିଦନଗର ପୋଲିସ ୨ ଜଣଙ୍କୁ ଗିରଫ କରିଥିବା ବେଳେ ୬ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ଅନ୍ୟମାନଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି।

LEAVE A REPLY

Please enter your comment!
Please enter your name here