ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ବର୍ଷା ସମ୍ଭାବନା। କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ରହିବାକୁ କୁହାଯାଇଛି।

ବାଂଲାଦେଶର ପାଖାପାଖି ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିବ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ଜଗତସିଂହ ପୁର, ମୟୂରଭଞ୍ଜ, ଗଜପତି ଓ କଟକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା ଉପକୂଳ, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ବର୍ଷା ସହ ଘଣ୍ଟାପ୍ରତି ୨୫ରୁ ୪୫ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

୮ ତାରିଖଠୁ ଓଡ଼ିଶାରେ ପାଗ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Comment