ଓଡ଼ିଶାଲାଇଭ୍‌ ବ୍ୟୁରୋ

୧୦୩ତମ ଜୟନ୍ତୀରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଓଡ଼ିଶାବାସୀ। ବିଜୁ ଜନତା ଦଳ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଧ୍ୟ ଆୟୋଜନ କରାଯାଇଥିଲା ସ୍ୱତନ୍ତ୍ର କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମର ଫଟୋରେ କିଛି ଝଲକ୍।

ଓଡ଼ିଶା ବିଧାନସଭା ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ପ୍ରଦୀପ କୁମାର ଅମାତ ଏବଂ ଅନ୍ୟ ବରିଷ୍ଠ ମନ୍ତ୍ରୀମାନେ।

 

ଭୁବନେଶ୍ୱର ବିଜୁ ପଟ୍ଟନାୟକ ପାର୍କସ୍ଥିତ ପ୍ରତିମୂର୍ତ୍ତି ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ।
ଭୁବନେଶ୍ୱର ଜୟଦେବ ଭବନଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ ଉତ୍ସବ।

 

ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଉତ୍ସବରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି।
ଜୟଦେବ ଭବନରେ ଆୟୋଜିତ ସ୍ୱତନ୍ତ୍ର ଫଟୋ ପ୍ରଦର୍ଶନୀକୁ ବୁଲି ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ।

 

ବିଜୁବାବୁଙ୍କ ଜୟନ୍ତୀ ଅବସରରେ ଭୁବନେଶ୍ଵରରେ ଶୋଭାଯାତ୍ରା।

Comment