ଓଡ଼ିଶାଲାଇଭ୍‌ ବ୍ୟୁରୋ

ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇବ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀରୁ ଅଧିକ ହୋଇପାରେ। ଏହାପରେ ପାଗରେ ବରିବର୍ତ୍ତନ ଆସିବ। ମାର୍ଚ୍ଚ ୧୩ ଓ ୧୪ବେଳକୁ ବର୍ଷା ହେବାର ସମ୍ଭାବନା ରହିଛି।

ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଯଥା ବଲାଙ୍ଗିର, ସୋନପୁର, କଳାହାଣ୍ଡି, ବୌଦ୍ଧ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛିଟା ସ୍ଥାନରେ ବର୍ଷା ହେଉଛି। ତେବେ ଅନ୍ୟ ସ୍ଥାନରେ ପାଗ ଶୁଖିଲା ରହିବ।

ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ଏବଂ ୮ଟି ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନାନା ଦିଆଯାଇଛି।

ତାଳଚେର, ମାଲମାନଗିରି, ବଲାଙ୍ଗିର, ଅନଗୁଳ ସହରରେ ତାପମାତ୍ରା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Comment