ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜିଠୁ କାଳବୈଶାଖୀ। ୧୩ରୁ ୧୫ ଯାଏଁ ବର୍ଷା ସମ୍ଭାବନା ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଜିଠୁ କାଳବୈଶାଖୀ ସହ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ୧୩ ଓ ୧୪ ତାରିଖରେ କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ନୟାଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

୧୪ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷକରି ୧୪ ଓ ୧୫ରେ କାଳବୈଶାଖୀର ପ୍ରଭାବ ଅଧିକ ରହିବ।

Comment