ଓଡ଼ିଶାଲାଇଭ୍‌ ବ୍ୟୁରୋ

ମୁମ୍ବାଇ ଛତ୍ରପତି ଶିବାଜୀ ଟର୍ମିନସ ଷ୍ଟେସନ୍‌ ନିକଟରେ ଗୁରୁବାର ସନ୍ଧ୍ୟାରେ ଘଟିଛି ଏକ ଅଭାବନୀୟ ଘଟଣା। ରେଳ ଷ୍ଟେସନ ପାଖରେ ଥିବା ଫୁଟ୍‌ ଓଭର ବ୍ରିଜ୍‌ଟି ଭୁଶୁଡ଼ି ପଡ଼ିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ସହ ୩୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି।

ଅଗ୍ନିଶମ ବାହିନୀ ଓ ପୋଲିସ୍‌ କର୍ମୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ଦୁର୍ଘଟଣାରେ ଆହତଙ୍କୁ ନିକଟସ୍ଥ ସେଣ୍ଟ ଜର୍ଜ ଓ ଜିଟି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଆହତଙ୍କ ଅବସ୍ଥା ସାଙ୍ଘାତିକ ହୋଇଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି। ବ୍ରିଜ୍‌ ତଳେ ଦବି ରହିଥିବା ଲୋକମାନଙ୍କୁ ଉଦ୍ଧାର କରାଯାଇଛି।

ଏହି ଘଟଣାରେ ମହାରାଷ୍ଟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନାଭିସ୍‌ ଦୁଃଖପ୍ରକାଶ କରିଛନ୍ତି।

Comment