ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ୧୦ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ। ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଓଡ଼ିଶାରେ କାଳବୈଶାଖୀ ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ ପକ୍ଷରୁ ଆକଳନ କରାଯାଇଛି ଯେ  ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷାର ପ୍ରଭାବ ରହିବ। ଦକ୍ଷିଣ ଓଡ଼ିଶାର କେତେକ ସ୍ତାନରେ ବର୍ଷା ହୋଇପାରେ। ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ସମ୍ବଏପୁରରେ ବର୍ଷା ହେବାର ସମ୍ଭବନା ରହିଛି। ଏହାସହ କିଛି ସ୍ଥାନରେ ଝଡ଼ବର୍ଷାର ଆଶଙ୍କା ରହିଛି।

ରବିବାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ଏହାସହ ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଥିଲା। ୧୧ଟି ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଚ୍ରୀ ଉପରକୁ ଚାଲିଯାଇଛି।

Comment