ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶାରେ ଏପ୍ରିଲ ୧୧ରେ ହେବାକୁଥିବା ଥିବା ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି।

ଓଡ଼ିଶାରେ ଏପ୍ରିଲ ୧୧ରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୪ଟି ଲୋକସଭା ଆସନ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ସହିତ ଏହା ଅଧୀନରେ ଥିବା ୨୮ଟି ବିଧାନସଭା ଆସନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୫। ମାର୍ଚ୍ଚ ୨୬ରେ ପ୍ରାର୍ଥୀ ପତ୍ର ଯାଞ୍ଚ କରାଯିବ। ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ମାର୍ଚ୍ଚ ୨୮।

ଆଜିଠାରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଥିଲେ ମଧ୍ୟ କୌଣସି ଦଳ ବର୍ତମାନ ସୁଦ୍ଧା ପ୍ରାର୍ଥୀ ତାଲିକା ଘୋଷଣା କରିନାହାନ୍ତି। ତେବେ ବିଜ୍ଞପ୍ତି ପ୍ରକାଶ ପାଇସାରିଥିବାରୁ ଖୁବ୍‌ଶୀଘ୍ର ଦଳ ଗୁଡ଼ିକ ପ୍ରାର୍ଥୀ ତାଲିକା ଘୋଷଣା କରିବେ।

Comment