ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶାରେ ଏପ୍ରିଲ ୧୮ରେ ହେବାକୁଥିବା ଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି

ଓଡ଼ିଶାରେ ଏପ୍ରିଲ ୧୮ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି।  ସୋମବାର ପ୍ରଥମ ପର୍ଯ୍ୟାୟ ବିଜ୍ଞପ୍ତି ପ୍ରକାଶ ପାଇଥିଲାବେଳେ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟର ୫ଟି ଲୋକସଭା ଆସନ(ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା) ଓ ଏହା ଅଧୀନରେ ଥିବା ୩୫ଟି ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ଆଜିଠାରୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୬। ମାର୍ଚ୍ଚ ୨୭ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ୨୯ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରି ହେବ।

Comment