ଓଡ଼ିଶାଲାଇଭ୍‌ ବ୍ୟୁରୋ

ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ପିନାକୀ ଚନ୍ଦ୍ର ଘୋଷ ଦେଶର ପ୍ରଥମ ଲୋକପାଳ ଭାବେ ଶନିବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଏମ୍‌ ଭେଙ୍କିୟାନାଇଡୁ, ଚିଫ୍‌ ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ଉପସ୍ଥିତ ଥିଲେ।

ମାର୍ଚ୍ଚ ୧୯ରେ ପିନାକୀ ଚନ୍ଦ୍ର ଘୋଷଙ୍କୁ ଦେଶର ପ୍ରଥମ ଲୋକପାଳ ଭାବେ ନିଯୁକ୍ତି ଦିଆଯାଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ, ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ, ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗିଙ୍କୁ ନେଇ ବସିଥିବା ବୈଠକରେ ଜଷ୍ଟିସ୍ ପିନାକୀ ଚନ୍ଦ୍ର ଘୋଷଙ୍କ ନାଁ ସ୍ଥିର କରାଯାଇଥିଲା।

ଏହାପୂର୍ବରୁ ୧୯୯୭ରେ ସେ କୋଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୧୨ରେ ସେ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୧୩ରୁ ୨୦୧୭ ଯାଏଁ ସେ ସୁପ୍ରିମକୋର୍ଟ ବିଚାରପତି ରହିଥିଲେ।

Comment