ଓଡ଼ିଶାଲାଇଭ ପଲିଟିକାଲ ବ୍ୟୁରୋ
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ମାର୍ଚ୍ଚ ୧୮ରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା।
୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ମୋଟ ୨୭୫ଟି ପ୍ରାର୍ଥିପତ୍ରଦାଖଲ ହୋଇଥିବା ଜଣାପଡ଼ିଛି।
୨୮ଟି ବିଧାନସଭା ଆସନ ପାଇଁ ୨୪୫ ଜଣ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ୪ଟି ଲୋକସଭା ଆସନରେ ୩୦ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।
ମାର୍ଚ୍ଚ ୨୬ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ ଏବଂ ୨୮ରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ତାରିଖ ରହିଛି।
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୧୧ରେ ହେବ। କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଏବଂ କୋରାପୁଟ ଲୋକସଭା ଆସନ ସମେତ ତତସଂଲଗ୍ନ ବିଧାନସଭା ଆସନରେ ନିର୍ବାଚନ ହେବ।
ଗତ ୧୯ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ମୋଟ ୧୦୭ ଜଣ ପ୍ରାର୍ଥୀ ବର୍ତ୍ତମାନ ସୁଦ୍ଧା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।


















