ଓଡ଼ିଶାଲାଇଭ ପଲିଟିକାଲ ବ୍ୟୁରୋ

(ସମ୍ବଲପୁରରୁ ଗୀତାଞ୍ଜଳି ମହାପାତ୍ର) : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ବିଜେପୁର ବିଧାନସଭା ଆସନ ପାଇଁ ଆଜି ଦାଖଲ କରିଛନ୍ତି ପ୍ରାର୍ଥିପତ୍ର। ଅପରାହ୍ଣ ୨ଟା ୩୪ରେ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନବୀନ ପ୍ରାର୍ଥିପତ୍ର ଦାଖଲ କରିଥିଲେ।

ପ୍ରାର୍ଥିପତ୍ର ଦାଖଲ ବେଳେ ପଶ୍ଚିମ ଓଡ଼ିଶାର ବହୁ ତୁଙ୍ଗ ନେତା ଉପସ୍ଥିତ ଥିଲେ। ପ୍ରାର୍ଥିପତ୍ର ଦାଖଲ କରିବା ପରେ ନବୀନ ପଦ୍ମପୁର ସତିଭଟ୍ଟା ପଡ଼ିଆରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରିଥିଲେ।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ହେଉଛି ଶେଷ ତାରିଖ। ଏଣୁ ବିଜେଡି, ବିଜେପିର ବହୁ ହେବିୱେଟ୍‌ ମଧ୍ୟ ବରଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ।

ବରଗଡ଼ ଲୋକସଭା ଆସନରୁ ବିଜେଡି ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ, ବିଜେପି ପ୍ରାର୍ଥୀ ସୁରେଶ ପୂଜାରୀ ସମର୍ଥକଙ୍କ ଗହଣରେ ଆସି ପ୍ରାର୍ଥିପତ୍ର ଦାଖଲ କରିଥିଲେ।

ସେହିପରି ବରଗଡ଼ ବିଧାନସଭା ଆସନ ପାଇଁ ବିଜେପିର ଅଶ୍ୱିନୀ ଷଡ଼ଙ୍ଗୀ, ଅତାବିରା ବିଧାନସଭା ଆସନ ପାଇଁ ବିଜେଡିର ସ୍ନେହାଙ୍ଗିନୀ ଛୁରିଆ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିଥିଲେ।

Comment