ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ବଢ଼ୁଛି ତାତି। ଦିନର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ଉପରକୁ ଟପିଛି। ଆଜି କିଛିଟା ଜିଲ୍ଲାରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି। ମାଲକାନଗିରି ତାପମାତ୍ରା ୪୧ ଡିଗ୍ରୀ ଛୁଇଁଛି। ଆଗାମୀ ଦିନରେ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତା ଦୁଇଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ, ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଖୋର୍ଦ୍ଧା, ନୟାଗଡ଼ ଓ କଟକରେ ତାପମାତ୍ରା ୨ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଭୁବନେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଅଗଷ୍ଟ ମାସ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।

ଅନ୍ୟପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଜୁନ୍‌ ପ୍ରଥମ ବା ଦ୍ୱିତୀୟ ସପ୍ତାହରେ ଓଡ଼ିଶା ଛୁଇଁବ। ଅଗଷ୍ଟ ପରେ ଓଡ଼ିଶାରେ ମୌସୁମୀ ଆସିବ।

Comment