ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ମୁଖ୍ୟାଳୟରେ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଓଡ଼ିଶାରେ ୬ଲୋକସଭା ଓ ୪୨ବିଧାନସଭା ଆସନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ ସହିତ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ବି ଆରମ୍ଭ ହେବ। ସମ୍ବଲପୁର, ଢେଙ୍କାନାଳ, ପୁରୀ, କଟକ ଓ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଏବଂ ଏହାର ଅଧିନରେ ଥିବା ବିଧାନସଭା କ୍ଷେତ୍ର ଲାଗି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ।

ଏପ୍ରିଲ ୪ ଯାଏଁ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ସେହିପରି ଏପ୍ରିଲ ୫ଯାଏଁ ପ୍ରାର୍ଥିପତ୍ର ଯାଞ୍ଚ ଓ ଏପ୍ରିଲ ୮ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଏପ୍ରିଲ ୨୩ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ।

Comment