ଓଡ଼ିଶାଲାଇଭ୍‌ ପଲିଟିକାଲ ବ୍ୟୁରୋ

ପୁରୀ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପୁରୀ ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ଜ୍ୟୋତିପ୍ରକାଶ ଦାସଙ୍କ ନିକଟରେ ଦିନ ୨ଟା ୫୦ରେ ସମ୍ବିତ ପ୍ରତ୍ର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ନିଜ ସମର୍ଥକଙ୍କ ସହିତ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ପୁରୀ ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚି ସମ୍ବିତ ପାତ୍ର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

ପୁରୀ ଲୋକସଭା ଆସନରୁ ବିଜେପି ତା’ର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ବିଜେଡି ପିନାକୀ ମିଶ୍ରଙ୍କୁ ପ୍ରାର୍ଥୀ କରିଛି। ଅନ୍ୟପକ୍ଷରେ ଶୁକ୍ରବାର କଂଗ୍ରେସ ସତ୍ୟ ପ୍ରକାଶ ନାୟକଙ୍କୁ ପୁରୀ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି।

Comment